ସେପ୍ଟେମ୍ବର ୧୪ ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ରାୟଗଡ:-ତା. ୨୮/୦୮-ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣ ଓ ଓଡିଶା ରାଜ୍ୟ ଆଇନସେବା ପ୍ରାଧିକରଣ ନିର୍ଦ୍ଦେଶ କ୍ରମେ ରାୟଗଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୧୪ ତାରିଖ ରେ ଜିଲ୍ଲା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ପରିସରରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଟିତ ହେବ l ଜିଲ୍ଲା ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ସମସ୍ତ ସାଲିସଯୋଗ୍ୟ ଫୌଜଦାରୀ ଓ ଦେୱାନୀ ମାମଲା, ମୋଟରଯାନ ଦୁର୍ଘଟଣାଜନିତ କ୍ଷତିପୂରଣ, ବ୍ୟାଙ୍କ ଋଣ, ବିଦ୍ୟୁତ ଓ ଜଳଯୋଗାଣ, ପାରିବାରିକ ସମସ୍ୟା, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନ୍ସ ଆଦି ବିଚାରଧିନ ମାମଲାର ଆପୋସ ବୁଝାବଣା ମାଧ୍ୟମରେ ସମାଧାନ କରାଯାଇ ପାରିବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି l କେବଳ ବିଚାରଧୀନ ମାମଲା ନୁହେଁ, ପ୍ରାକମୋକଦ୍ଦମାସ୍ତରୀୟ (କଚେରୀରେ ଦାୟର ହୋଇନଥିବା) ସାଲିସଯୋଗ୍ୟ ଫୌଜଦାରୀ ଓ ଦେୱାନୀ ମାମଲା ଆଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ କହିଛନ୍ତି l ଏହି ଲୋକ ଅଦାଲତରେ ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡେ ନାହିଁ l ତେଣୁ ଇଛୁକ ପକ୍ଷ ଏହାର ସୁଯୋଗ ନେବାକୁ ସେ ପରାମର୍ଶ ଦେଇଛନ୍ତି l ରିପୋର୍ଟ-ନୃସିଂହ ଚରଣ ବାରିକ

Leave a Reply

Your email address will not be published. Required fields are marked *