ଜିଲ୍ଲାସ୍ତରୀୟ ପଖାଳ ଦିବସ ପାଳିତ ଭବାନୀ
ପାଟଣା : ତା: ୨୦.୦୩.୨୦୨୬ :- କଳାହାଣ୍ଡି ଜିଲ୍ଲାସ୍ତରୀୟ ପଖାଳ ଦିବସ ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ରେ ଆଜି ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଓଡିଆଙ୍କର ପାରମ୍ପରିକ ପ୍ରିୟ ଖାଦ୍ୟ ପଖାଳ ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ୍ ସୂଚନା ଦେଇ ପଖାଳ ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ । ଏଥିରେ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ା ନିହାରେନ୍ଦ୍ର ପଣ୍ଡା , ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ , ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାଏକ , ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁଜାତା ମିଶ୍ର, ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ତଥା ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ ,ଜିଲ୍ଲା ଯୋଗାଣ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକ, ବିଡିଓ ଭବାନୀପାଟଣା ଚନ୍ଦନ ଭୋଇ , ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସୁବୋଧକାନ୍ତ ଛତ୍ରିୟା , ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ , ଜିଲ୍ଲା ସମାଜ କଲ୍ଯାଣ ଅଧିକାରୀ ମୁଜିବୁନ୍ ନିଶା, ସାଂସଦ କଳାହାଣ୍ଡିଙ୍କ ପ୍ରତିନିଧି ଜୟଶଙ୍କର ନାଏକ , ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପ ସିଂ ରାଉତ ପ୍ରମୁଖ ଯୋଗ ଦେଇ ପଖାଳ ଦିବସ ପାଳନ ସମ୍ପର୍କରେ ଆଲୋକପାତ କରିଥିଲେ । ଜିଲ୍ଲା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ଏହି କାର୍ଯକ୍ରମରେ ସମସ୍ତେ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ ଖାଇଥିଲେ ।
