ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର- ତା.୧୯.୦୫.୨୦୨୫-

ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଇଞ୍ଜଣା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜିର ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଖୋରଧା ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵବଧାନରେ ଏହି ମିଳିତ ଜଣାଶୁଣାଣି ଅନୁଷ୍ଠିତ ହୋଇଛି । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜଣାଶୁଣାଣି ସକାଳ ୭ ଘଟିକାରୁ ଆରମ୍ଭ କରାଯିବା ସହ ଜନସାଧାରଣ ମାନଙ୍କ ନିମନ୍ତେ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

ଆଜି ମୋଟ ୫୩ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୩୩ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୧୭ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସେଥିମଧ୍ୟରୁ ୩ଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା । ଏହି ଜଣାଶୁଣାଣି ସମୟରେ ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ ।

ଆଜିର ମିଳିତ ଜନଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତି, ଭୁବନେଶ୍ବର ଉପ ଜିଲ୍ଲାପାଳ ଡଃ ମନୋରଞ୍ଜନ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ, ବିଡିଓ ଶ୍ରୀ ଦେବୀପ୍ରସାଦ ମହାନ୍ତି, ତହସିଲଦାର ମୃତ୍ୟୁଞ୍ଜୟ ତ୍ରିପାଠୀ, ଜିଲ୍ଲା ଶିକ୍ଷାଧିକାରୀ ସୋନାମିକା ରାୟ,ଜିଲ୍ଲା ସାଧାରଣ ଅଭିଯୋଗ ଡେପୁଟି କଲେକ୍ଟର ଆର୍ତ୍ତତ୍ରାଣ ମଲ୍ଲିକ, ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ୱରୀ କହଁର, ଅତିରିକ୍ତ ଡିସିପି ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *