ପ୍ରଧାନମନ୍ତ୍ରୀ କିଷାନ ଉତ୍ସବ ଦିବସ ଅନୁଷ୍ଠିତ

ଛତ୍ରପୁର, ୧୮/୬ ( ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ଵାରା ପିଏମ୍ କିଷାନ ନିଧି ଯୋଜନାର କୃଷକ ହିତାଧିକାରୀ ମାନଙ୍କୁ ୧୭ ତମ କିସ୍ତିର ଅଧିନରେ ୯ କୋଟି ୨୬ ଲକ୍ଷ ଚାଷୀଙ୍କୁ ୨୦,୦୦୦ କୋଟି ଟଙ୍କା ପ୍ରଦାନ କରିବା ସହ କୃଷି ସଖିଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମ ବାରଣାସୀ ଠାରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସ୍ଥିତ ଜିଲ୍ଲା ପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ “ପ୍ରଧାନମନ୍ତ୍ରୀ କିଷାନ ଉତ୍ସବ ଦିବସ” ପାଳନ ସହକାରେ ସିଧା ପ୍ରସାରଣ ହେଇଥିଲା

। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ବାଣିଜ୍ୟ ଓ ପରିବହନ ଏବଂ ଖଣି ଓ ଇସ୍ପାତ ବିଭାଗୀୟ ମାନ୍ୟବର ମନ୍ତ୍ରୀ ବିଭୁତି ଭୁଷଣ ଜେନା, ଆସ୍କା ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ, ବ୍ରହ୍ମପୁର ବିଧାୟକ କେ.ଅନିଲ କୁମାର, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଜିଲ୍ଲା ସିଡ଼ିଓ ମଧୁମିତା, ଜିଲ୍ଲା କୃଷି ମୁଖ୍ୟ ଅଧିକାରୀ ସୁଧାଂଶୁ ନନ୍ଦ ପ୍ରମୁଖ ମଞ୍ଚାସୀନ ଥିବାବେଳେ ଅନ୍ୟ ମାନଙ୍କ ମଧ୍ୟରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସରୋଜ ସାବତ, ଗଞ୍ଜାମ ଜିଲ୍ଳାର ବରିଷ୍ଠ ନେତା ତଥା ପୂର୍ବତନ ଜିଲ୍ଲା ସଭାପତି କାହ୍ନୁ ଚରଣ ପତି, ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତୁତୁନ୍ ପାତ୍ର, ବ୍ରହ୍ମପୁର, ଆସ୍କା ଏବଂ କନ୍ଧମାଳ ଲୋକସଭା ତିନୋଟି ଲୋକସଭା କ୍ଷେତ୍ରକୁ ନେଇ ଗଠିତ ବ୍ରହ୍ମପୁର ଜୋନ୍ ମିଡ଼ିଆ ସଂଯୋଜକ ସୁନିଲ କୁମାର ସାହୁ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ, ପ୍ରଶାନ୍ତ ନାୟକ, ଜିଲ୍ଲା ସମ୍ପାଦକ ଲକ୍ଷ୍ମୀ ନାରାୟଣ ପଣ୍ଡା, ପଦ୍ମ ଚରଣ ସାହୁ, ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶିବ ଶଙ୍କର ନାୟକ, ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ମଦନ ମୋହନ ପାତ୍ର, ବରିଷ୍ଠ ଆଇନଜୀବି କୁଞ୍ଜବିହାରୀ ପଣ୍ଡା, ପ୍ରଦୀପ ପାଢ଼ୀ, ଚନ୍ଦ୍ରଶେଖର ପ୍ରମୁଖଙ୍କ ସମେତ ଗଞ୍ଜାମ ଜିଲ୍ଲାରୁ ଆସିଥିବା ବହୁ ଉଦ୍ୟୋଗ ଚାଷୀ ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *