୭୫ ତମ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
ଆଠଗଡ଼:୨୯/୭: ଆସନ୍ତା ୭୫ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କୋଭିଡ କଟକଣା ମଧ୍ୟରେ ଉପଜିଲ୍ଲାପାଳ ଶ୍ରୀ ଅଜାମ୍ବର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଗୁରୁବାର ପୂର୍ବାହ୍ନ ଘ୧୧:୩୦ମି ସମୟରେ ଅନୁଷ୍ଠିତ ହୋଇଯାଇଛି ।ପୂର୍ବବର୍ଷ ଭଳି ଏବର୍ଷ ମଧ୍ୟ କୋଭିଡ କଟକଣା ମଧ୍ୟରେ ବିନା ଜନଗହଳିରେ ନିରାଡମ୍ବର ଭାବରେ ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଆଠଗଡ଼ ମହୋତ୍ସବ ପଡ଼ିଆରେ ପୂର୍ବାହ୍ନ ଘ୯:୧୫ମି. ସମୟରେ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି ।ଉକ୍ତ ବୈଠକରେ ଉପଖଣ୍ଡ ଚିକିତ୍ସା ଅଧିକାରୀ ଶ୍ରୀ ବିଜୟ କୁମାର ମିଶ୍ର,ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଆଶାଲତା ରଚମାଲା,ଆଠଗଡ଼ ଥାନା ଅଧିକାରୀ ଶ୍ରୀ ଶୁଭ୍ରାଂଶୁ ଶେଖର ପରିଡ଼ା,ଗଣମାଧ୍ୟମର ପ୍ରତିନିଧିଗଣ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।ଭାରପ୍ରାପ୍ତ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ତାପସ କୁମାର ଓଝା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଶେଷରେ ଆଠଗଡ଼ ମଣ୍ଡଳ ଉନ୍ନୟନ ଅଧିକାରୀ ଶ୍ରୀ ଅରୁଣ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।
