ପ୍ରେସ ନୋଟ୍

ପ୍ରେସ ନୋଟ୍ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଢ଼େଙ୍କାନାଳ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରଥମ ଥର ରାଜ୍ୟ ସରକାରଙ୍କ ତରଫରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତିଭୁବନେଶ୍ୱର ୨୪ ସେପ୍ଟେମ୍ବର, ୨୦୨୫ଚଳିତ ବର୍ଷ ପ୍ରଥମ ଥର ପାଇଁ ଢ଼େଙ୍କାନାଳ ଗଜଲକ୍ଷ୍ମୀ ପୂଜା ନିମନ୍ତେ ଢ଼େଙ୍କାନାଳ ଜିଲ୍ଲାର ମା’ ଗଜଲକ୍ଷ୍ମୀଙ୍କ ମେଢ଼କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।ଢ଼େଙ୍କାନାଳ ଜିଲ୍ଲାର ମୋଟ୍ ୩୮ଟି ମେଢ଼କୁ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ। ପ୍ରତ୍ୟେକ ମେଢ଼କୁ ୫୦ ହଜାର ଟଙ୍କାର ଆର୍ଥିକ ରାଶି ପ୍ରଦାନ କରାଯିବ। ସର୍ବମୋଟ ୩୮ଟି ମେଢ଼କୁ ସମୁଦାୟ ୧୯ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବା ନିମନ୍ତେ ସଂସ୍କୃତି ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ଅମ୍ଳାନ ଦାସ ଲୋକସମ୍ପର୍କ ଅଧିକାରୀ

Leave a Reply

Your email address will not be published. Required fields are marked *