ମାଦକ ଦ୍ରବ୍ୟ ଉତ୍ପାଦନ ଓ ଚୋରା ଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ
ମାଦକ ଦ୍ରବ୍ୟ ଉତ୍ପାଦନ ଓ ଚୋରା ଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ
ରାୟଗଡା-୧୩/୫-ରlୟଗଡ଼ା ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଧରପଗଡ଼ ଓ ଚୋରା ଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ମଙ୍ଗଳବାର ଦିନ ଏକ ସଂଯୁକ୍ତ ବୈଠକ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଥିଲା l ରାୟଗଡ଼ା ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ଉପସ୍ଥିତରେ ବିସ୍ତୃତ ଭାବରେ ଏନେଇ ଆଲୋଚନା କରାଯାଇଥିଲା l ବିଶେଷ କରି ଜିଲ୍ଲାରେ ମାଦକ ଦ୍ରବ୍ୟ ଗଂଜେଇ ଅବାଧ ଚାଷକୁ ରୋକିବା, ନିଶା ଦ୍ରବ୍ୟ ଅବାଧ କାରବାର ସମ୍ପର୍କରେ ଗୁପ୍ତ ତଥ୍ୟ ପ୍ରଦାନ,ବିଦ୍ୟାଳୟ, ମହାବିଦ୍ୟାଳୟଠାରେ ନିଶା ନିବାରଣ ଉପରେ ସଚେତନତାକୁ ପ୍ରୋତ୍ସାହନ କରିବା ସହ ନିଶାଦ୍ରବ୍ୟ କ୍ଷତିକାରକ ବିଷୟରେ ଜନସଚେତନତା ସୃଷ୍ଟି କରିବା ପାଇଁ ସ୍ଥିରୀକୃତ ହେଇଥିଲା।ଉନୟନ କାର୍ଯ୍ୟକ୍ରମ ଗୁଡିକ କାର୍ଯ୍ୟ କାରୀ କରିବା l ବିଶେଷ କରି ଓଡିଶା ଜୀବିକା ମିଶନ କାର୍ଯ୍ୟକ୍ରମ ଜରିଆରେ ଏହି ଅଂଚଳର ଲୋକମାନଙ୍କୁ କର୍ମସଂସ୍ଥାନ ଯୋଗାଇବା ଉପରେ ଆଲୋଚନା କରାଯାଇଥିଲା l ଅବକାରୀ ବିଭାଗ ସକ୍ରୀୟ ରହି ନିଶାଦ୍ରବ୍ୟ କାରବାର ରୋକିବା ନିମନ୍ତେ ପଦକ୍ଷେପ ନେବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ l ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ସୁଶାନ୍ତ କୁମାର ଧଳ ସାମନ୍ତ, ଜିଲ୍ଲା ଅତିରିକ୍ତ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, କୃଷି ଅଧିକାରୀ , ଜିଲ୍ଲା ପ୍ରାଣୀ ଚିକତ୍ସା ଅଧିକାରୀ, ଉଦ୍ୟାନ ବିଭାଗ , ଜିଲ୍ଲା ମତ୍ସ୍ଯ ବିଭାଗର ଅଧିକାରୀ, , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଭଜନଲାଲ ମାଝୀ, ଜିଲ୍ଲା ଦକ୍ଷ୍ୟତା ଓ କର୍ମ ନିୟୋଜନ ଅଧିକାରୀ ଶ୍ରୀ ତତ୍ତ୍ୱମୋସୀ ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ କୁମାର ପ୍ରଧାନ, ରେଳ ବିଭାଗ ଓ ଅନ୍ୟାନ୍ୟ ଅଧିକାରୀମlନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l
ରାୟଗଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ
