ଚନ୍ଦାହାଣ୍ଡି ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ତା୧୩.୧୦.୨୦୨୫:
ଆଜି ଚନ୍ଦାହାଣ୍ଡି ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ କୁମାର ସେନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୧ଟି ସମସ୍ୟା ର ସମାଧାନ ତତକ୍ଷଣାତ କରାଯାଇଥିଲା ।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ରେ ନୂତନ ହିତାଧିକାରୀ କାର୍ଡ ପ୍ରଦାନ କରାଯାଇଥିଲା।

Leave a Reply

Your email address will not be published. Required fields are marked *