ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜନ ଶୁଣାଣି ସ୍ଥଗିତ ନିଷ୍ପତ୍ତି
ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜନ ଶୁଣାଣି ସ୍ଥଗିତ ନିଷ୍ପତ୍ତି ଭୁବନେଶ୍ୱର ତା ୨୬. ୦୪. ୨୦୨୬ ଏପ୍ରିଲ ୨୭ ତାରିଖ ସୋମବାରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣିକୁ ସ୍ଥଗିତ ରଖାଯାଇଛି । ତା-୨୭ .୦୪ .୨୦୨୬ ରିଖ ଦିନ ଭୁବନେଶ୍ୱର ୟୁନିଟ-୨, ଅଶୋକ ନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିଲା । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯିବାରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ କରିବା ପାଇଁ ଅନ୍ ଲାଇନ୍ ପଞ୍ଜୀକରଣ କରିଥିଲେ, ସେମାନଙ୍କ ପାଇଁ ଭୁବନେଶ୍ୱର ଠାରେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
