ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ପୁରୀ ୨୭/୩ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା।ଏଥିରେ ମୋଟ ୨୯ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୨୮ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିବା ବେଳେ ଗୋଟିଏ ସାମୁହିକ ଅଭିଯୋଗ ରହିଥିଲା।ତତକ୍ଷଣାତ ଗୋଟିଏ ଅଭିଯୋଗର ସମାଧାନ ହୋଇଥିବା ବେଳେ ଅନ୍ୟ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରଶ୍ମିରେଖା ଦାଶ,ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର, ରାକେଶ କୁମାର ପଣ୍ଡା, ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ପ୍ରିୟଦର୍ଶିନୀ ମଲ୍ଲିକ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।ଆସନ୍ତା ଅପ୍ରେଲ ୩ ତାରିଖରେ ପିପିଲି ବ୍ଲକ ସମ୍ମିଳନୀ ଗୃହରେ,୧୦ ତାରିଖରେ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ଠାରେ,୧୭ ତାରିଖରେ କାକଟପୁର ବ୍ଲକ କାର୍ଯ୍ୟାଳୟ ଠାରେ ଓ ଅପ୍ରେଲ ୨୪ ତାରିଖରେ ମୁଖ୍ୟ କାର୍ଯ୍ୟାଳୟ ଠାରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
