ରତ୍ନଭଣ୍ଡାର ପ୍ରୋଟେଷ୍ଟ
ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦୀର୍ଘ ୪୪ ବର୍ଷ ହେବ ଖୋଲାଯାଇନାହିଁ।ଏଭଳି ସ୍ଥଳେ ଭିତର ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ସ୍ୱର୍ଣ୍ଣ ଅଳଙ୍କାର ସୁରକ୍ଷିତ କି ନାହିଁ ସେ ନେଇ ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତଙ୍କ ମଧ୍ୟରେ ଆଶଙ୍କା ପ୍ରକାଶ ପାଇଛି।ତୁରନ୍ତ ରତ୍ନଭଣ୍ଡାର ଖୋଲିବାକୁ ନେଇ ଶ୍ରୀଜଗନ୍ନାଥ ଭକ୍ତ ପରିଷଦ ପକ୍ଷରୁ ଆବାହକ ସୂର୍ଯ୍ୟନାରାୟଣ ରଥଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ସ୍ମାରକପତ୍ର ଦିଆଯାଇଛି।ଯଦି ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ରତ୍ନଭଣ୍ଡାର ଖୋଲିବାର ବ୍ୟବସ୍ଥା ସରକାର ନ କରନ୍ତି ତେବେ ଆସନ୍ତା ସପ୍ତାହରେ ଶ୍ରୀଜଗନ୍ନାଥ ଭକ୍ତ ପରିଷଦ ଓଡିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବାପାଇଁ ସିଦ୍ଧାନ୍ତ ନେଇଛି ।
