ରୋଟାରୀ କ୍ଳବ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ
ରୋଟାରୀ କ୍ଳବ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ
ଆଜି ରୋଟାରୀ କ୍ଳବ କଳିଙ୍ଗନଗରର ସଭାପତି ପ୍ରଶାନ୍ତ ପରିଡାଙ୍କ ନେତୃତ୍ୱରେ ଆୟୋଜିତ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଲଙ୍କେଶ୍ୱରୀ ଅମାତ ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ l ଏହି ଅବସରରେ ଅନ୍ୟତମ ଅତିଥିଭାବେ ଯାଜପୁର ରୋଡ ଥାନା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ, ଅଧ୍ୟକ୍ଷା ସଂଗୀତା ପିଙ୍ଗୁଆ, ଜିଲ୍ଲା ମହିଳା ବିଜେଡି ସଭାନେତ୍ରୀ ସବିତା ରାଉତ ଯୋଗଦେଇ ସହରବାସୀଙ୍କୁ ସଡ଼କ ସୁରକ୍ଷା ସମ୍ପର୍କରେ ଆଲୋଚନା କରିଥିଲେ l ଏହି ଅବସରରେ ସ୍ଥାନୀୟ ଅଞ୍ଚଳ ସ୍କୁଲର ଛାତ୍ରଛାତ୍ରୀ, କିନ୍ନର ସଙ୍ଘ, ବରିଷ୍ଠ ନାଗରିକ ମଞ୍ଚର ସଦସ୍ୟ ମାନେ ଯୋଗଦେଇ ଗୋପବନ୍ଧୁ ଛକରୁ ଏକ ଶୋଭାଯାତ୍ରାରେ ବାହାରି ଚୋରଦା ଛକରେ ପହଂଚିଥିଲେ lଯାଜପୁର ବ୍ୟାସନଗର ରୁ ଜ୍ୟୋତି ପ୍ରକାଶ ଭୂୟାଁ ଙ୍କ ରିପୋର୍ଟ ତୀର୍ଥକ୍ଷେତ୍ର Live
