ସାବିତ୍ରୀ ସାଧ୍ୱୀ ନାରୀଙ୍କର ଆଦର୍ଶ
**ସାବିତ୍ରୀ ବ୍ରତ ଓଡ଼ିଶାରେ ସଧବା ନାରୀମାନଙ୍କ ପାଳିତ ଏକ ଓଷା l ସାବିତ୍ରୀ ସାଧ୍ୱୀ ନାରୀଙ୍କର ଆଦର୍ଶ ତେଣୁ ଏହା ନିଜ ପତିଙ୍କର ଦୀର୍ଘ ଆୟୁଷ ନିମନ୍ତେ ମଙ୍ଗଳ ମନାସି, ସଧବା ସ୍ତ୍ରୀମାନେ ସାବିତ୍ରୀଙ୍କ ପରି ଆଜୀବନ ସଧବା ହେବା ପାଇଁ, ଏ ଓଷା ପାଳନ କରିଥାନ୍ତି l ଜ୍ୟୈଷ୍ଠ ଅମାବାସ୍ୟା ଦିନ ସାବିତ୍ରୀ ଓଷା ପାଳନ କରାଯାଇଥାଏ । ଏ ଦିନ ସଧବା ସ୍ତ୍ରୀଲୋକମାନେ ଉପବାସ କରନ୍ତି, ଅନ୍ନ ଗ୍ରହଣ କରନ୍ତି ନାହିଁ ଓ ଅପରାହ୍ଣରେ ପୂଜା ଶେଷ ହେଲେ ସାଗୁ, ମୁଗ, ନଡ଼ିଆ, କଦଳୀ, ଆମ୍ବ, ପଣସ, ସପୁରୀ, ତାଳସଜ ଆଦି ଫଳାହାର କରନ୍ତି l ବ୍ରତୋତ୍ସବ ପାଳନ ବେଳେ ସାବିତ୍ରୀ ଉପାଖ୍ୟାନ ପାଠ କରାଯାଏ l
