ସାଇ ନେସନାଲ ପ୍ଲେ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

Date-06/06/26 ଜଗତସିଂହପୁର ସ୍ଥିତ ଆଦିକବି ଶାରଳା ଦାସ ସଂସ୍କୃତି ଭବନ ଠାରେ ସାଇ ନେସନାଲ ପ୍ଲେ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ସରୋଜ କୁମାର ଜେନା, କେନ୍ଦ୍ରୀୟ ବିଦ୍ୟାଳୟ ର ଅଧ୍ୟକ୍ଷ ରବି ବଛେଟି, ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ସୁଶାନ୍ତ ମହାନ୍ତି, ସ୍କୁଲର ସଭାପତି ସୁବର୍ଣ୍ଣରେଖା ସାହୁ ଓ ସମ୍ପାଦକ ଜ୍ୟୋତି ରଞ୍ଜନ ସାହୁ ପ୍ରମୁଖ ଯୋଗ ଦେଇ ଗ୍ରାମାଞ୍ଚଳରେ ଶିକ୍ଷା ର ବିକାଶ ବାବଦରେ ଆଲୋଚନା କରିଥିଲେ । ପରେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇ ଥିବାବେଳେ କୁନି କୁନି ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା ।

Leave a Reply

Your email address will not be published. Required fields are marked *