ଶ୍ରୀମନ୍ଦିରରେ ମହାପ୍ରଭୁ ଲାଗି ହେଲାସପ୍ତପୁରୀ
ଆଜି ସପ୍ତପୁରୀ ଅମାବାସ୍ୟା। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ। ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ। ଏଣୁ ଅଠରନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ଗତକାଲି ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଞ୍ଚିଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଏହି ତାଡ଼ ବୁଲି ରୋଷ ବେହେରଣରେ ରଖାଯାଇଥିଲା । ଆଜି ଠାକୁରଙ୍କ ଅବକାଶ ନୀତି ପରେ ଠାକୁରଙ୍କୁ ବେଶ କରାଯାଇ ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିବା ପରେ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥିଲେ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଆଜି ବିଶେଷ ପୂଜା ନୀତି ସହ ସଂଧ୍ୟାଧୂପ ପରେ ବସ୍ତ୍ର ହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିଥିଲେ ।
