ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା

ଆଜି ସପ୍ତପୁରୀ ଅମାବାସ୍ୟା । ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଆଜିର ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଦେବତା ଭଗବାନ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଆଜି ଠାକୁରଙ୍କ ଅବକାଶ ନିତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇଥିଲା ।ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିବା ପରେ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥିଲେ।
ଶ୍ରୀମନ୍ଦିରରେ ଶ୍ରୀ ଜୀଉଙ୍କର ଆଜି ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ ।ଗତକାଲି ଅଠର ନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଂଚି ଚତୁର୍ପାଶ୍ୱ ବୁଲି ତାଡ ଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା । ଗତକାଲି ସଂଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ।

Leave a Reply

Your email address will not be published. Required fields are marked *