ବିଦ୍ୟାଳୟ ଭିର୍ତ୍ତି ଭୂମି ବିକାଶକୁ ଗୁରୁତ୍ୱ ଦେଇ ୧୭ଟି ହାଇସ୍କୁଲ ଲୋକାର୍ପଣ

ଭଦ୍ରକ :୧୪/୧୧– ବିଦ୍ୟାଳୟ ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭଦ୍ରକରେ ପ୍ରଥମ ପର୍ଯ୍ୟାୟରେ ଭିଡିଓ କନଫରେନ୍ସ ମାଧ୍ୟମରେ ୧୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି। ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଏହା ମହତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ।ଉକ୍ତ ଲୋକାର୍ପଣ କାର୍ଯ୍ୟକ୍ରମ ରେ ମାନନୀୟା ସାଂସଦ ଶ୍ରୀମତୀ ମଞ୍ଜୁଲତା ମଣ୍ଡଳ, ମାନ୍ୟବର ବିଧାୟକ ଡ଼ ବ୍ୟମକେଶ ରାୟ, ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରଫୁଲ୍ଲ ସାମଲ, ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଷ୍ଣୁବ୍ରତ ରାଉତରାୟ, ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ମୁକ୍ତିକାନ୍ତ ମଣ୍ଡଳ,ଜିଲାପାଳ ଶ୍ରୀଯୁକ୍ତ ତ୍ରିଲୋଚନ ମାଝୀ,ଜିଲ୍ଲା ବିଜେଡ଼ି ସଭାପତି ଶ୍ରୀଯୁକ୍ତ ଜଗନ୍ନାଥ ସ୍ୱାଇଁ,ଜିଲ୍ଲା ପରିଷଦ ଅଧ୍ୟକ୍ଷ, ତିହିଡି ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ବିଦ୍ୟୁତ ଲତା ନାୟକ, ଧାମନଗର ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶୋକ ନାୟକ,ଓ ଅନ୍ୟାନ୍ୟ ଅତିଥିବୃନ୍ଦ ଉପସ୍ଥିତ ଥିଲେ।।

ରିପୋର୍ଟ :-ପୁନିଲ କୁମାର ସାମନ୍ତ।

Leave a Reply

Your email address will not be published. Required fields are marked *