ଶାରଦୀୟ ଦୁର୍ଗାପୂଜା.. ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ଷୋଳପୂଜା
ଭଶାରଦୀୟ ଦୁର୍ଗାପୂଜା ପାଇଁ ଆଜିଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଷୋଳପୂଜା । ଶ୍ରୀମନ୍ଦିରରେ ଥିବା ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ଦେବୀ ମାଆ ବିମଳାଙ୍କ ସମେତ ସମସ୍ତ ଶକ୍ତି ପୀଠ ଗୁଡ଼ିକରେ ଏହି ଷୋଳପୂଜା ପାଇଁ ଶ୍ରୀନହରରେ ଆଚାର୍ଯ୍ୟବରଣ କରାଯାଇଛି। ଗଜପତିଙ୍କ ନିର୍ଦ୍ଦେଶ କ୍ରମେ ରାଜଗୁରୁ ଆଜି ଶ୍ରୋତ୍ରୀୟ ବ୍ରାହ୍ମଣ, ମୁକ୍ତିମଣ୍ଡପ ବ୍ରାହ୍ମଣ ଓ ଶାସନ ବ୍ରାହ୍ମଣଙ୍କୁ ଡ଼ାକି ବରଣ କରିବା ସହ ବସ୍ତ୍ର ଦାନ କରି ବିଭିନ୍ନ ପୀଠରେ ନିଯୁକ୍ତି କରିଛନ୍ତି। ଏହି ଆଚାର୍ଯ୍ୟ ମାନେ ଆଜିଠାରୁ ଷୋଳପୂଜାର ବିଧି ଅନୁଯାୟୀ ପୁରୀରେ ଥିବା ଶକ୍ତିପୀଠ ଗୁଡ଼ିକରେ ଚଣ୍ତିପାଠ, ଦୁର୍ଗା ଆରାଧନା କରିବେ। ଆଶ୍ବିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ୧୬ ଦିନ ବ୍ୟାପୀ ଏହି ପୂଜାର୍ଚ୍ଚନା କରାଯିବ। ବାଇଟ୍1-ପଣ୍ଡିତ ସୂର୍ଯ୍ୟ ନାରାୟଣ ଦାସ,,, ଗବେଷକବାଇଟ୍2-ବିଶ୍ୱମ୍ବର ଦାସ,,, ମୁକ୍ତିମଣ୍ଡପ ପଣ୍ଡାଭିଓ- ସେପଟେ ଶ୍ରୀକ୍ଷେତ୍ରର କ୍ଷେତ୍ରାଶ୍ୱରୀ ଭାବେ ମା ବିମଳାଙ୍କ ପୀଠରେ ଷୋଡ଼ଶ ପୂଜାବିଧି ଆରମ୍ଭ ହୋଇଛି ଏହି ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା। ଶ୍ରୀମନ୍ଦିର ପରିସରରେ ଥିବା ମା ଭୂବନେଶ୍ୱରୀ, ବାଟମଙ୍ଗଳା, ଉତ୍ତରାୟଣୀ ପୀଠ ସହ ଶ୍ରୀକ୍ଷେତ୍ର ମଧ୍ୟରେ ଥିବା ବିଭିନ୍ନ ଶକ୍ତିପୀଠ ଯଥା ଦକ୍ଷିଣକାଳୀ,ମା ଚର୍ଚ୍ଚିକା,,ମରିଚେଇ ଠାକୁରାଣୀ,,, ଅଲାମଚଣ୍ତୀ ଓ ପଞ୍ଚମୁଖୀ ପୀଠରେ ମଧ୍ୟ

ଶୋଳପୂଜା ଆରମ୍ଭ ହୋଇଛି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳଧୂପ ବଢ଼ିବା ପରେ ଭଣ୍ଡାର ଘରୁ ମା ଦୁର୍ଗାଙ୍କ ସ୍ବର୍ଣ୍ଣ ପ୍ରତିମା ରତ୍ନସିଂହାସନରେ ବିଜେ ହୋଇଥିଲେ । ପରେ ମା ସୁଭଦ୍ରାଙ୍କ ଆଜ୍ଞାମାଳ ଦୁର୍ଗାଙ୍କୁ ଲାଗି କରାଯିବା ପରେ ମାଜଣା ମଣ୍ଡପରେ ଠାକୁରାଣୀଙ୍କ ସହସ୍ର କୁମ୍ଭାଭିଷେକ ଅନୁଷ୍ଠିତ ହୋଇଥିଲା । ସେପଟେ ଶାରଦୀୟ ଦୁର୍ଗାପୂଜା ଅବସରରେ ସର୍ବତ୍ର ମାଆ ଦୁର୍ଗାଙ୍କ ପୂଜା ଚାଲୁଥିବା ଵେଳେ ଶ୍ରୀମନ୍ଦିରରେ ଦୁର୍ଗାମାଧବ ଏକତ୍ର ଉପାସନାର ପରମ୍ପରା ରହିଛି। ଶ୍ରୀମନ୍ଦିରରେ ଆଜିଠାରୁ ଶାକ୍ତ ଓ ଶକ୍ତିଙ୍କ ଉପାସନା ସ୍ୱରୂପ ଦୁର୍ଗାମାଧବଙ୍କୁ ପୂଜାର୍ଚ୍ଚନା କରାଯାଉଛି । ,ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକଫାଭିଓ- ଶାରଦୀୟ ପୂଜାପାଇଁ ଶ୍ରୀକ୍ଷେତ୍ରରେ ଆଜି ଠାରୁ ପୂଜାବିଧି ଆରମ୍ଭ ହୋଇଥିବା ବେଳେ ଶ୍ରୀମନ୍ଦିରରେ ବିଶେଷ କରି ଏହି ସମୟରେ ଦୁର୍ଗାମାଧବ ଉପାସନା ସହ ଗୁପ୍ତ ଗୁଣ୍ତିଚାର ବିଧି ମଧ୍ୟ ଆରମ୍ଭ କରାଯାଇଛି ।
