ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତପୁରୀ ୧୬/୩ ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ପିପିଲି ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୩୮ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୩୨ ଗୋଟି ବ୍ୟକ୍ତିଗତ,୫ ଗୋଟି ଗ୍ରାମ ସମ୍ବନ୍ଧୀୟ ଓ ୧ ଗୋଟି ରେଡକ୍ରସ ସହାୟତା ସମ୍ପର୍କରେ ରହିଥିଲା।ତତକ୍ଷଣାତ ୧ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।

ଏହି ଶୁଣାଣୀ ରେ ଏସପି ପ୍ରତୀକ ସିଂ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ, ପିପିଲି ବିଡ଼ିଓ ସରୋଜ କୁମାର ରାଉତ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ,ଅତିରିକ୍ତ ତହସିଲଦାର ବସନ୍ତ ବେହେରା ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆସନ୍ତା ୨୩ ତାରିଖରେ ଡେଲାଙ୍ଗ ଓ ୩୦ ତାରିଖରେ ଗୋପ ବ୍ଲକ ସମ୍ମିଳନୀ ଗୃହ ରେ ଦିବା ୧୦ ଘଟିକା ରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜଣାଯାଇଛି।

Leave a Reply

Your email address will not be published. Required fields are marked *