ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ: ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ
ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ: ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ଏବଂ POSH Act, 2013 ସମ୍ବନ୍ଧରେ ସଚେତନତା କର୍ମଶାଳାର ଆୟୋଜନ ପାଇଁ ଚିଠି ଜାରି କଲା ଉଚ୍ଚଶିକ୍ଷା ବିଭାଗଭୁବନେଶ୍ୱର ୧୮ ଜୁଲାଇ, ୨୦୨୫ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା *ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ* ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି।ଏଥିସହ କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର ) ଅଧିନିୟମ, ୨୦୧୩ (POSH Act, 2013) ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ *ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ* ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ଉକ୍ତ କର୍ମଶାଳାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ, ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟମାନେ ଯୋଗଦେବେ ଏବଂ POSH Act, 2013 ର ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଶପଥ ନେବେ। କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି।
