ବିଜୁ ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ
ଭାରତର ବିଶିଷ୍ଟ ଜନନାୟକ ତଥା ସ୍ବାଧୀନତା ସଂଗ୍ରାମ ର ମୁଖ୍ୟ ପୁରୋଧା “ମୋହନ ଦାସ କରମ ଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ)ଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, ଓଡ଼ିଶା ମୋ ପରିବାର ଅଧ୍ୟକ୍ଷ ଅରୁପ ପଟ୍ଟନାୟକ ଓ ବିଧାୟକ ଶୁସାନ୍ତ କୁମାର ରାଉତରାୟଙ୍କ ସମେତ ବହୁ ରାଜ୍ୟ ସ୍ତରୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।
