ସୁଇସ ଓପନ ଚାମ୍ପିଅନ ସାତ୍ତ୍ୱିକ ସାଇରାଜ ଓ ଚିରାଗ ସେଟ୍ଟୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସମ୍ମାନଜନକ ସୁଇସ ଓପନ ସୁପର ୩୦୦ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟରେ ପୁରୁଷ ଯୁଗଳ ବିଭାଗରେ ଚାମ୍ପିଅନ ହୋଇଥିବା ଭାରତର ସାତ୍ତ୍ୱିକ ସାଇରାଜ ଓ ଚିରାଗ ସେଟ୍ଟୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନେ ଏଭଳି ବିଜୟ ଧାରା ଜାରି ରଖି ଦେଶ ପାଇଁ ଆହୁରି ସମ୍ମାନ ଆଣନ୍ତୁ ବୋଲି ଶୁଭେଚ୍ଛା ଜଣାଇ କହିଛନ୍ତି ମୁଖ୍ୟମନ୍ତ୍ରୀ।
