ଅଗଷ୍ଟ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଅଗଷ୍ଟ ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବଭୁବନେଶ୍ୱର ତା-୭. ୮. ୨୦୨୬ ଆସନ୍ତା ସୋମବାର ଅଗଷ୍ଟ ୧୦ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ‘ଜନ ଅଭିଯୋଗ ଶୁଣାଣି’ ବନ୍ଦରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
