ଅକ୍ଟୋବର ୨୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
ଭୁବନେଶ୍ୱର ତା-୨୩.୧୦.୨୦୨୬ ଆସନ୍ତା ସୋମବାର ଅକ୍ଟୋବର ୨୬ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ସୋମବାର ତା-୨୬.୧୦.୨୦୨୬ ରିଖରେ ୟୁନିଟ–୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ସ୍ଥଗିତ ରଖାଗଲା । ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କ ପାଇଁ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
