ସ୍ଵର୍ଗତ ପୂର୍ଣ୍ଣଚନ୍ଦ୍ର ନନ୍ଦଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ପୁରୀ ସଦର ବ୍ଲକ ପ୍ରତାପ ପୁରୁଷୋତ୍ତମପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଏବଂ ରଘୁନାଥ ସଂସ୍କୃତ ବିଦ୍ୟାଳୟର ପ୍ରତିଷ୍ଠିତା ତଥା ସମାଜସେବୀ ସ୍ଵର୍ଗତ ପୂର୍ଣ୍ଣଚନ୍ଦ୍ର ନନ୍ଦଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଉତ୍ସବ ଉପଲକ୍ଷେ ଆଜି କ୍ରିଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ତୁଷାରକାନ୍ତି ବେହେରା ଏବଂ ପୂର୍ବତନ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ସ୍ଵର୍ଗତ ନନ୍ଦଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ପୂର୍ବତନ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ରଘୁନାଥ ସଂସ୍କୃତ ବିଦ୍ୟାଳୟ ନୂତନ ଗୃହର ଶୁଭ ଉଦ୍ଘାଟନ କରିବା ସହ ସ୍ଵର୍ଗତ ନନ୍ଦଙ୍କ ଉପରେ ଆଧାରିତ ଦରଦୀବନ୍ଧୁ ପୁସ୍ତକ ଉନ୍ମୋଚନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ପୂର୍ବତନ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା, ସ୍ଵର୍ଗତ ନନ୍ଦଙ୍କ ଧର୍ମପତ୍ନୀ ଶ୍ରୀମତୀ ପୈାର୍ଣ୍ଣମାଶୀ ନନ୍ଦ, ପୁରୀ ସଦର ବ୍ଲକ ଅଧ୍ୟକ୍ଷ ଦିବାକର ପାତ୍ର, ପୁରୀ-ନିମାପଡ଼ା ସମବାୟ ବ୍ୟାଙ୍କର ଅଧ୍ୟକ୍ଷ କିଶୋର କୁମାର ଛୋଟରାୟ, ପୁରୀ ସଦର ବ୍ଲକ ଆତ୍ମାର ଅଧ୍ୟକ୍ଷ ରାମଚନ୍ଦ୍ର ଷଡ଼ଙ୍ଗୀ ଓ ରଘୁନାଥ ସଂସ୍କୃତ ବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ କମଳାକାନ୍ତ ମିଶ୍ରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *