ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣା କାମାକ୍ଷାନଗର ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ
କାମାକ୍ଷାନଗର,ତାରିଖ-୦୮-୧୧-୨୦୨୧ :- ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ମୃତ୍ୟୁ ଘଟଣାକୁ ନେଇ ସମଗ୍ର ରାଜ୍ୟରେ ବିକ୍ଷୋଭ ତେଜିବାରେ ଲାଗିଛି । ଏଥିସହିତ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି ।ରାଜ୍ୟବ୍ୟାପୀ ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ କରାଯାଇଛି । ଉଭୟ କାମାକ୍ଷାନଗର ଓ ପରଜଙ୍ଗ ନିର୍ବାଚନ ମଣ୍ଡଳୀ ବିଜେପି ପକ୍ଷରୁ ରାଜ୍ୟ ସରକାରଙ୍କୁ ତୀବ୍ର ଭର୍ତ୍ସନା କରାଯିବା ସହ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି ।ବିଜେପି ନେତା ଶତ୍ରୁଘନ ଜେନାଙ୍କ ନେତୃତ୍ୱରେ ଆଜି କାମାକ୍ଷାନଗର ଆଳତୁମା ସ୍ଥିତ ତାରିଣୀ ମନ୍ଦିର ଠାରୁ ଶତାଧିକ ବିଜେପି କର୍ମୀ ଏକ ଶୋଭାଯାତ୍ରାରେ ଯାଇ ବିଭିନ୍ନ ନାରବାଜି ମାଧ୍ୟମରେ ହନୁମାନ ବଜାର ଠାରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ କରାଯାଇଥିଲା । ତୁରନ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରକୁ ମନ୍ତ୍ରୀ ମଣ୍ଡଳରୁ ବହିଷ୍କାର କରିବା ସହ ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଜେପି ଦାବି କରିଥିଲା ।
ରିପୋର୍ଟର-ପ୍ରକାଶ କୁମାର ପାତ୍ର।
