୨୦୨୬ ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା।
୨୦୨୬ ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ରଥ ତତ୍ତ୍ବାବଧାରକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ନୟାଗଡର ଦଶପଲ୍ଲା ରେଞ୍ଜର ବଡମୂଳର ବଡରାଉଳ ଠାକୁରାଣୀଙ୍କ ମନ୍ଦିରକୁ ଯାତ୍ରା କରିଛନ୍ତି । ଶ୍ରୀମନ୍ଦିରରୁ ମାଳ ମାହାର୍ଦ୍ଦ, ନଡିଆ, ପତନୀ, ସିନ୍ଦୁର, ଦୀପ, ନୈବେଦ୍ୟ ନେଇ ଏହି ଟିମ୍ ଯାତ୍ରା କରିଛନ୍ତି । ଏହି ଟିମ୍ ରେ ରଥ ନିର୍ମାଣର ରଥ ଅମିନ ଲକ୍ଷ୍ମଣ ମହାପାତ୍ର, ଭୋଇ ସର୍ଦ୍ଦାର ରବି ଭୋଇ ରହିଛନ୍ତି। ତେବେ ଆସନ୍ତାକାଲି ବଡରାଉଳ ଠାକୁରାଣୀ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ଠାକୁରାଣୀଙ୍କ ଅନୁମତି ନେଇ ରଥକାଠ କଟା ପକ୍ରିୟା ଆରମ୍ଭ ହେବ। ରଥ ନିର୍ମାଣ ପାଇଁ ୮୬୫ କାଠର ଆବଶ୍ୟକତା ରହିଛି। ୪୭ ଖଣ୍ଡ କାଠ ପୂର୍ବବର୍ଷର ବଳକା ରହିଥିବା ବେଳେ ୮୧୮ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି। ତେବେ ଆସନ୍ତା ସରସ୍ୱତୀ ପୂଜାରେ ରଥକାଠ ଅନୁକୂଳ ହେବାସହ ଆସନ୍ତା ଅକ୍ଷୟ ତୃତୀୟାରେ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହେବ।
