ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ଓଡିଶା ପାଇକ ବିଦ୍ରୋହର ସେନାପତି ତଥା ଭାରତ ବର୍ଷର ପ୍ରଥମ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମା ଯୋଗଦେଇ ସେ ମହାନ ବିପ୍ଳବୀଙ୍କୁ ଗଭିର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ, ମାନ୍ୟବର ପର୍ଯ୍ୟଟନ, ଓଡ଼ିଆ, ଭାଷା ଓ ସାହିତ୍ୟ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଉକ୍ତଳ ପ୍ରସଙ୍ଗର ସମ୍ପାଦକ ଲେଲିନ୍ ମାହାନ୍ତି, ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ଗଣେଷ ଚନ୍ଦ୍ର ରଥ ଓ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ବିଷ୍ଣୁପଦ ସେଠୀ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *