ଜଳିଗଲା ତିନି ବଖରା ଘର ସମେତ ସମସ୍ତ ଆସବାବପତ୍ର

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କାନପୁରା ଗାଁରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଜଳିଗଲା ତିନି ବଖରା ଘର। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ। କାନପୁରା ଗାଁର ଦାଶରଥୀ ପଧାନଙ୍କ ପରିବାର ଲୋକେ ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ହୋଇଛି ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଧାନ, ଚାଉଳ ସହିତ ସମସ୍ତ ଆସବାବପତ୍ର ପୋଡି ଯାଇଥିବା ଜଣାପଡିଛି । କାମାକ୍ଷାନଗର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଅଗ୍ନିକାଣ୍ଡ ର କାରଣ ଅସ୍ପଷ୍ଟ ରହିଛି l ତେବେ ତୁରନ୍ତ ଅଗ୍ନିବିପନ୍ନଙ୍କ ପରିବାର ଲୋକଙ୍କୁ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *