ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିବାହ ଉତ୍ସବ
ପୁରୀ; ୧୧/୦୬- ଆଜି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିବାହ ଉତ୍ସଵ। ଆଜି ମଧ୍ୟ ରୁକ୍ମଣୀ ହରଣ ଏକାଦଶୀ। ସେଥିପାଇଁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଶେଷ ନୀତି ରହିଛି। ସକାଳଧୂପ ପୂଜା ବସିବା ସମୟରେ ଦକ୍ଷିଣୀ ଘରେ ମଦନମୋହନଙ୍କ ବେଶ ହେବ। ପରେ ମଦନମୋହନ ରତ୍ନ ସିଂହାସନକୁ ବିଜେ ହେବେ। ଭୋଗ ମଣ୍ଡପ ଶେଷ ପରେ ମଦନ ମୋହନ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଜୟବିଜୟ ଦ୍ୱାରକୁ ବିଜେ କରିବେ। ସକାଳଧୂପ ପୂଜା ବଢିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଜଗନ୍ନାଥଙ୍କ ଶ୍ରୀ ଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀ ରୁକ୍ମୀଣୀଙ୍କୁ ଦେବେ। ପରେ ମହାଜନ ସେବକ ରୁକ୍ମୀଣୀଙ୍କୁ ସାତପାହାଚ ରେ ଥିବା ପାଲିଙ୍କି ରେ ବିଜେ କରାଇବେ।ପରେ ବିମାନବଡୁ ସେବକ ପାଲିଙ୍କିକୁ ମହାଲକ୍ଷ୍ମୀ ମନ୍ଦିରକୁ ବିଜେ କରାଇ ଅନ୍ୟାନ୍ୟ ନୀତି ବଡିବା ପରେ ବେଶ ସମ୍ପର୍ଣ୍ଣ ହୋଇଥାଏ | ପରେ ପୁନର୍ବାର ଅନ୍ୟାନ୍ୟ ନୀତି ବଢ଼ି ଶ୍ରୀବିଗ୍ରହ ମାନଙ୍କ ମହାସ୍ନାନ ହୋଇ ନୁଆଲୁଗା ଲାଗି କରାଯିବା ପରେ ସନ୍ଧ୍ୟାଧୂପ ନୀତି ବଢ଼ି ସାରିବା ପରେ ମହାପ୍ରଭୁଙ୍କ ବିବାହ ଉତ୍ସଵ ଅନୁଷ୍ଠିତ ହେବ ।
