ସାତକଡି ହୋତାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ସାତକଡି ହୋତାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣଭୁବନେଶ୍ୱର-ତା.୧୧.୦୨.୨୦୨୪-ବିଶିଷ୍ଟ ସାହିତ୍ୟିକ ସାତକଡି ହୋତାଙ୍କ ବିୟୋଗରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ସ୍ବର୍ଗତ ହୋତାଙ୍କ ବାସଭବନ ଯାଇ ସେଠାରେ ତାଙ୍କ ଅନ୍ତିମ ଦର୍ଶନ କରିବା ସହ ଶବଧାରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ସେହିଭଳି ଓଡିଶା ସାହିତ୍ୟ ଏକାଡେମୀ ସଭାପତି ଡଃ ହୃଷିକେଶ ମଲ୍ଲୀକ ଏବଂ ଏକାଡେମୀର ସଚିବ ତଥା ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ ପ୍ରମୁଖ ତାଙ୍କର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ସୂଚନା ଯୋଗ୍ୟ, ସ୍ବର୍ଗତ ହୋତା ୨୦୧୩ ରୁ ୨୦୧୬ ମସିହା ପର୍ଯ୍ୟନ୍ତ ଓଡିଶା ସାହିତ୍ୟ ଏକାଡେମୀର ସଭାପତି ଭାବେ ସୂଚାରୁ ରୂପେ ସଫଳତାର ସହ କାମ କରିଛନ୍ତି । ସେ ଅନେକ କବିତା, ଉପନ୍ୟାସ, କ୍ଷୁଦ୍ରଗଳ୍ପ ଓ ପ୍ରବନ୍ଧ ରଚନା କରି ଓଡ଼ିଆ ବାଣୀ ଜଗତକୁ ସମୃଦ୍ଧ କରିବାରେ ତାଙ୍କ ଭୂମିକା ଅତୁଳନୀୟ ।ପୂର୍ବରୁ ବିଭାଗୀୟ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସ୍ବର୍ଗତ ହୋତା ଏକଧାରରେ ଜଣେ ସୁସାହିତ୍ୟିକ, ସାମ୍ବାଦିକ, ବକ୍ତା ଓ ସଂଗଠକ ଭାବେ ସଦା ସ୍ମରଣୀୟ ହୋଇ ରହିବେ ବୋଲି ମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ ଉଲ୍ଲେଖ କରିବା ସହ ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି ।ଜିତେନ୍ଦ୍ରିୟ ଜେନା ସୂଚନା ଅଧିକାରୀ

Leave a Reply

Your email address will not be published. Required fields are marked *