ଉତ୍କଳ ମଣି ଗୋପବନ୍ଧୁ ଦାସ ଙ୍କ ୧୪୮ ତମ ଜନ୍ମ ଜୟନ୍ତୀ ପାଳିତ*
ଜଗତସିଂହପୁର, ତା ୯/୧୦/୨୫: ଆଜି ଜିଲ୍ଲା ପ୍ରଶାସନ ଓ ପୌର ପରିଷଦର ମିଳିତ ଆନୁକୂଲ୍ୟ ରେ ଉତ୍କଳ ମଣି ଗୋପବନ୍ଧୁ ଦାସ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ନିକଟସ୍ଥ ଗୋପବନ୍ଧୁ ଉଦ୍ୟାନ ରେ ଥିବା ସେହି ମହାନ ଆତ୍ମାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଷୋୟୀ, ପୌର ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା, ପୌର ପରିଷଦର କର୍ମ କର୍ତ୍ତା ପ୍ରମୁଖ ଉପସ୍ଥିତ ରହି ଉତ୍କଳମଣି ଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।
