ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ

କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଠାରେ ଆଜି ସାଂସଦ ପ୍ରତିନିଧି ସନ୍ତୋଷ ଲେଙ୍କା ଙ୍କ ଉପସ୍ଥିତି ରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ଗାଁ ମାଟିରୁ ହିଁ ପ୍ରକୃତ ବିକାଶ ଆରମ୍ଭ। ଗାଁ ଉନ୍ନତି ହେଲେ ଦେଶର ବିକାଶରେ ଅଗ୍ରଗତି ହେବ ଏହିଁଭଳି ମତ ରଖିଥିଲେ ଉପସ୍ଥିତ ମଞ୍ଚାସୀନ ଅତିଥିବୃନ୍ଦ।ବିଶେଷ କରି ମୌଳିକ ଭିତ୍ତିଭୂମିର ବିକାଶ, କ୍ଷୁଦ୍ର ପର୍ଯଟନ, କ୍ରୀଡା ଓ ଶିକ୍ଷା ଭିତ୍ତିଭୂମିର ଆଧୁନିକକରଣ, ଅଭିନବ ବହୁମୁଖି ଜନ ମଙ୍ଗଳକାରୀ ଯୋଜନାକୁ ଏଥିରେ ସାମିଲ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟନ କାର୍ଯ୍ୟକ୍ରମକୁ ଭିଡିଓ କନ୍ଫରେନ୍ସରେ ମାଧ୍ୟମ ରେ ଜନ ସାଧାରଣ ଦେଖିବାର ବ୍ୟବସ୍ଥା କରାଯାଇଥିଲା |ଆଜିର ଏହି କାର୍ଯ୍ୟକ୍ରମ ରେ ଜିଲା ପରିଷଦ ସଭ୍ୟ ସତ୍ୟବାନ ପାତ୍ର, ବ୍ଲକ ଉପାଧ୍ୟକ୍ଷ ରିନା ପ୍ରଧାନ, ଏବିଡିଓ ଦିବ୍ୟସିଂ କହଁରଙ୍କ, ସହ ବ୍ଲକ୍ ଅଫିସ୍ ର ସମସ୍ତ କର୍ମଚାରୀ , ବିଭିନ୍ନ ପଞ୍ଚାୟତରୁ ଆସିଥିବା ସରପଞ୍ଚ, ସମିତିସଭ୍ୟ, ଲୋକ ପ୍ରତିନିଧି, ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦେଇ ଏହି ଯୋଜନାର ଆଭିମୁଖ୍ୟ ଏବଂ ଏହାର କାର୍ଯ୍ୟକାରୀ ସମ୍ପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତରୁ ଆସିଥିବାଜନ ସାଧାରଣ ,shg ମହିଳା,ଅଙ୍ଗନବାଡ଼ି କର୍ମୀ ସାମିଲ ହୋଇଥିଲେ ।

Leave a Reply

Your email address will not be published. Required fields are marked *