ବାଣପୁର ପଲଟଣ ପଡିଆରେ ନିର୍ବାଚନୀ ପ୍ରଚାର କଲେ ଭି କେ ପାଣ୍ଡିଆନ
– ଆଜି ଚିଲିକା ନିର୍ବାଚନମଣ୍ଡଳୀକୁ ପ୍ରଚାର ପାଇଁ ଆସିଥିଲେ ବିଜେଡି ତାରକା ପ୍ରଚାରକ ତଥା 5T ଅଧକ୍ଷ ଭି କେ ପାଣ୍ଡିଆନ। ସେ ଅପରାହ୍ନ ୪.୩୦ ମିନିଟ ସମୟରେ ବାଣପୁର ପଲଟନ ପଡିଆ ଠାରେ ପହଞ୍ଚି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ। ସେ ଉଭୟ ପୁରୀ ଲୋକସଭା ଓ ଚିଲିକା ବିଧାନସଭାର ଦଳୀୟ ପ୍ରାର୍ଥୀ ଅରୂପ ପଟ୍ଟନାୟକ ଓ ରଘୁନାଥ ସାହୁଙ୍କ ସପକ୍ଷରେ ଭୋଟ ଭିକ୍ଷା କରିଥିଲେ।‘ଜୟ ଜଗନ୍ନାଥ’, ‘ଜୟ ମା ଭଗବତୀ’ରୁ ଭାଷଣ ଆରମ୍ଭ କରି ଓଡିଶା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ଉନ୍ନୟନ କାର୍ଯ୍ୟ କରିଥିବାର କହିଥିଲେ ପାଣ୍ଡିଆନ। ପନ୍ଦର କୋଟି ଟଙ୍କା ଦେଇ ବାଣପୁରରେ ଡ୍ରେନେଜ ସମସ୍ୟା ଦୂର କରିବା ପାଇଁ ପଦକ୍ଷେପ ନେଇଛନ୍ତି। ମା’ ଭଗବତୀ ମନ୍ଦିର ରୂପାନ୍ତରିକରଣ ପାଇଁ ତେତିଶି କୋଟି ଟଙ୍କା ଅନୁଦାନ କରିଛନ୍ତି ଆମ ପ୍ରିୟ ମୁଖ୍ୟ ମନ୍ତ୍ରୀ ଏବଂ କାର୍ଯ୍ୟ ଜାରି ରହିଛି ବୋଲି କହିଛନ୍ତି ପାଣ୍ଡିଆନ l ଜୁଲାଇ ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ନେବେ। ବିଦ୍ୟୁତ ବିଲ ଛାଡ କରିବା ପାଇଁ ଶ୍ରୀ ପଣ୍ଡିଆନ ପୁଣିଥରେ ଏଠାରେ ଦୋହରାଇଛନ୍ତି। ଅନୁରୂପ ଭାବେ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ କର୍ମୀଙ୍କୁ ଅବଗତ କରିଥିଲେ ଶ୍ରୀ ପାଣ୍ଡିଆନ। ଷାଠିଏ ବର୍ଷ ପରେ ମହିଳା ଗ୍ରୁପ ମା ମାନଙ୍କୁ ପେନସନ ଦେବା ବ୍ୟବସ୍ଥା ଲାଗୁ କରିବେ ବୋଲି ନିର୍ବାଚନୀ ପ୍ରତି ସୃତି ଦେଇଛନ୍ତି ପାଣ୍ଡିଆନ !ମାତ୍ର ସ୍ୱଳ୍ପ ସମୟ ବାଣପୁରରେ ଉପସ୍ଥିତ ରହିବା ପରେ ସେ ହେଲିକପ୍ଟର ଯୋଗେ ରଣପୁର ଯାଇଥିବା ସୂଚନା ମିଳିଛି। ଏହି ନିର୍ବାଚନୀ ସଭାରେ ଚିଲିକା ବିଧାୟକ ପ୍ରାର୍ଥୀ ରଘୁନାଥ ସାହୁ ଏବଂ ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ଉପସ୍ଥିତ ଥିଲେ। ଏବଂ ହଜାର ହଜାର ସଂଖ୍ୟରେ ବିଜେଡି କର୍ମୀ ଓ ନେତା ଉପସ୍ଥିତ ଥିଲେ
