ରେଙ୍ଗାଳୀ କେନାଲରେ ବୁଡି ଯୁବକଙ୍କର ମୃତ
ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧିନସ୍ଥ ବସୁଲେଇ ଗାଁ ରେଙ୍ଗାଳୀ ବାମ ପାର୍ଶ୍ଵ କେନାଲରେ ଶୁକ୍ରବାର ବୁଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ବସୁଲେଇ ଗାଁର ମାନସ ପରିଡା(୩୪) ବୋଲି ଜଣାପଡିଛି। ମାନସ ଗାଧୋଇବାକୁ ଯାଇ କେନାଲର ଜଳସ୍ରୋତରେ ଭାସି ଯାଇଥିଲେ। ତେବେ ସ୍ଥାନୀୟ ଲୋକଙ୍କ ସହଯୋଗରେ ଅଗ୍ନିଶମ ବାହିନୀ ସହାୟତାରେ ତାଙ୍କୁ କେନାଲ ଭିତରୁ ଉଦ୍ଧାର କରାଯାଇଥିଲା। ତେବେ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା। ଏ ନେଇ ଦଦରାଘାଟି ପୁଲିସ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ତେବେ ମାନସଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।
